ମୀଖା 4

କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।

Micah 4:5 (UKJV) For all people will walk every one in the name of his god, and we will walk in the name of the LORD our God for ever and ever.

3ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।

4ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।

5କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।

6ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।

7ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.