ମୀଖା 4

ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।

Micah 4:6 (UKJV) In that day, says the LORD, will I assemble her that haltes, and I will gather her that is driven out, and her that I have afflicted;

4ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।

5କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।

6ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।

7ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।

8ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବକାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.