ମୀଖା 4

ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବକାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।

Micah 4:8 (UKJV) And you, O tower of the flock, the strong hold of the daughter of Zion, unto you shall it come, even the first dominion; the kingdom shall come to the daughter of Jerusalem.

6ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।

7ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।

8ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବକାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।

9ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି?

10ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରିଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.