1ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।
2ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
3ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।