9ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ।
10ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;
11ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
12ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;
13ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।