ମୀଖା 5

ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।

Micah 5:13 (UKJV) Your graven images also will I cut off, and your standing images out of the midst of you; and you shall no more worship the work of yours hands.

11ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;

12ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;

13ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।

14ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା।

15ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.