2ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
3ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।
4ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।
5ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।
6ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।