ମୀଖା 5

ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।

Micah 5:7 (UKJV) And the remnant of Jacob shall be in the midst of many people as a dew from the LORD, as the showers upon the grass, that tarries not for man, nor waits for the sons of men.

5ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।

6ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍‍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

7ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।

8ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।

9ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.