9ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
10ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
11ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।
12ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
13ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।