ମୀଖା 6

ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।

Micah 6:13 (UKJV) Therefore also will I make you sick in smiting you, in making you desolate because of your sins.

11ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।

12ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।

13ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।

14ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।

15ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.