ମୀଖା 6

ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।

Micah 6:14 (UKJV) You shall eat, but not be satisfied; and your casting down shall be in the midst of you; and you shall take hold, but shall not deliver; and that which you deliver will I give up to the sword.

12ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।

13ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।

14ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।

15ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।

16କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.