1ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
2ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
3“ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
4ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।