ମୀଖା 6

ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।

Micah 6:4 (UKJV) For I brought you up out of the land of Egypt, and redeemed you out of the house of servants; and I sent before you Moses, Aaron, and Miriam.

2ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।

3“ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।

4ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।

5ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”

6“ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.