3“ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
4ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
5ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”
6“ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?
7ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”