7ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”
8ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
9ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
10ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
11ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।