1ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।
2ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
3ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।