9ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।
10ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
11ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।
12ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।
13ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।