10ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
11ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।
12ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।
13ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।
14ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।