12ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।
13ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।
14ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
15ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
16ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ।