17ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।
18ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
19ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
20ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।