2ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
3ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
4ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
5ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।
6କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।