6କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।
7ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।
8ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ।
9ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।
10ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।