9ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।
10କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
11ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।
12ସଦାପ୍ରଭୁ ଏହି କଥା କହନ୍ତି; “ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ।
13ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।”