12ସଦାପ୍ରଭୁ ଏହି କଥା କହନ୍ତି; “ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ।
13ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।”
14ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, “ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।”
15ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।