ନାହୂମ 1

ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।

Nahum 1:3 (UKJV) The LORD is slow to anger, and great in power, and will not at all acquit the wicked: the LORD has his way in the whirlwind and in the storm, and the clouds are the dust of his feet.

1ନୀନିବୀ ବିଷୟକ ବାର୍ତ୍ତା। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।

2ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।

3ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।

4ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।

5ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.