5ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
6ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
7ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।
8ମାତ୍ର ସେ ପ୍ଲାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ।
9ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।