ନାହୂମ 2

ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।

Nahum 2:1 (UKJV) He that dashes in pieces has come up before your face: keep the stronghold, watch the way, make your loins strong, fortify your power mightily.

1ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।

2କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।

3ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍‍ଚକ୍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.