10ସେ (ନୀନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।
11ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?
12ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।
13ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।