6ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି।
7ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି।
8ମାତ୍ର ନୀନିବୀ ପୂର୍ବକାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; “ଠିଆ ହୁଅ, ଠିଆ ହୁଅ” କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ।
9ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ।
10ସେ (ନୀନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।