9କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।
10ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।
11ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚାଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ।
12ତୁମ୍ଭର ଦୁର୍ଗସବୁ ଆଦ୍ୟପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହି ସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।
13ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗରଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖାଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।