12ତୁମ୍ଭର ଦୁର୍ଗସବୁ ଆଦ୍ୟପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହି ସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।
13ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗରଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖାଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।
14ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।
15ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।
16ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।