17ତୁମ୍ଭର ମୁକୁଟଧାରୀମାନେ ପଙ୍ଗପାଳ ପରି ଓ ତୁମ୍ଭର ପ୍ରଧାନ ସେନାପତିମାନେ ଫଡ଼ିଙ୍ଗର ଦଳ ପରି, ସେ ଫଡ଼ିଙ୍ଗମାନେ ଶୀତ ଦିନରେ ବାଡ଼ରେ ରହନ୍ତି, ମାତ୍ର ସୂର୍ଯ୍ୟ ଉଦୟ ହେଲେ ଉଡ଼ି ପଳାନ୍ତି, ଆଉ ସେମାନେ କେଉଁଠାରେ ଥାʼନ୍ତି, ତାହା ଜଣାଯାଏ ନାହିଁ।
18ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।
19ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?