1ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।
2କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;
3ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;
4ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।