ନାହୂମ 3

ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।

Nahum 3:4 (UKJV) Because of the multitude of the whoredoms of the well-favoured harlot, the mistress of witchcrafts, that sells nations through her whoredoms, and families through her witchcrafts.

2କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;

3ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;

4ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।

5ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।

6ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.