7ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ଅତିଶୟ ଦୁଷ୍କର୍ମ କରିଅଛୁ ଓ ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଯେଉଁ ଆଜ୍ଞା ଓ ବିଧି ଓ ଶାସନ ଆଦେଶ କରିଥିଲ, ତାହାସବୁ ଆମ୍ଭେମାନେ ପାଳନ କରି ନାହୁଁ।
8ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟ-ଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;
9ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’
10ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ ହସ୍ତ ଦ୍ୱାରା ମୁକ୍ତ କରିଅଛ।
11ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।