25ରହୂମ୍, ହଶବ୍ନା, ମାସେୟ,
26ପୁଣି, ଅହୀୟ, ହାନନ୍, ଅନାନ୍;
27ମଲ୍ଲୂକ, ହାରୀମ୍, ବାନା।
28ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;
29ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;