ନିହିମୀୟା 10

ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;

Nehemiah 10:29 (UKJV) They clave to their brethren, their nobles, and entered into a curse, and into an oath, to walk in God's law, which was given by Moses the servant of God, and to observe and do all the commandments of the LORD our Lord, and his judgments and his statutes;

27ମଲ୍ଲୂକ, ହାରୀମ୍‍, ବାନା।

28ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;

29ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;

30ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”

31ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.