ନିହିମୀୟା 10

ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।

Nehemiah 10:31 (UKJV) And if the people of the land bring ware or any victuals on the sabbath day to sell, that we would not buy it of them on the sabbath, or on the holy day: and that we would leave the seventh year, and the exaction of every debt.

29ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;

30ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”

31ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।

32ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,

33ଅର୍ଥାତ୍‍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.