31ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।
32ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,
33ଅର୍ଥାତ୍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
34ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ।
35ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,