ନିହିମୀୟା 10

କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।

Nehemiah 10:39 (UKJV) For the children of Israel and the children of Levi shall bring the offering of the corn, of the new wine, and the oil, unto the chambers, where are the vessels of the sanctuary, and the priests that minister, and the porters, and the singers: and we will not forsake the house of our God.

37ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।

38ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।

39କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.