8ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ।
9ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୁୟେର ପୁତ୍ର ଯିହୁଦା ନଗରର ଦ୍ୱିତୀୟ କର୍ତ୍ତା ଥିଲା।
10ଯାଜକମାନଙ୍କ ମଧ୍ୟରୁ, ଯଥା, ଯୋୟାରୀବ୍ର ପୁତ୍ର ଯିଦୟୀୟ, ଯାଖୀନ୍,
11ହିଲ୍କୀୟର ପୁତ୍ର ସରାୟ, ସେହି ହିଲ୍କୀୟ ମଶୁଲ୍ଲମ୍ର ପୁତ୍ର, ମଶୁଲ୍ଲମ୍ ସାଦୋକର ପୁତ୍ର, ସାଦୋକ ମରାୟୋତ୍ର ପୁତ୍ର, ମରାୟୋତ୍ ଅହୀଟୂବ୍ର ପୁତ୍ର, ଅହୀଟୂବ୍ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଥିଲା।
12ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମର ପୁତ୍ର ଅଦାୟା, ସେହି ଯିରୋହମ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍ହୂରର ପୁତ୍ର, ପଶ୍ହୂର ମଲ୍କୀୟର ପୁତ୍ର,