ନିହିମୀୟା 11

ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍‍ଦୋଲୀମ୍‌ର ପୁତ୍ର ସବ୍‍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।

Nehemiah 11:14 (UKJV) And their brethren, mighty men of valour, an hundred twenty and eight: and their overseer was Zabdiel, the son of one of the great men.

12ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମର ପୁତ୍ର ଅଦାୟା, ସେହି ଯିରୋହମ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍‍ହୂରର ପୁତ୍ର, ପଶ୍‍ହୂର ମଲ୍‍କୀୟର ପୁତ୍ର,

13ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍‍ର ପୁତ୍ର ଅମଶୟ, ସେହି ଅସରେଲ୍‍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍‍ର ପୁତ୍ର, ମଶିଲ୍ଲେମୋତ୍‍ ଇମ୍ମେରର ପୁତ୍ର,

14ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍‍ଦୋଲୀମ୍‌ର ପୁତ୍ର ସବ୍‍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।

15ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍‍ର ପୁତ୍ର ଶମୟୀୟ, ସେହି ହଶୂବ୍‍ ଅସ୍ରୀକାମର ପୁତ୍ର, ଅସ୍ରୀକାମ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର;

16ଆହୁରି, ଲେବୀୟ-ପ୍ରଧାନବର୍ଗ ମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍‍ ପରମେଶ୍ୱରଙ୍କ ଗୃହର ବାହାର କାର୍ଯ୍ୟର ଅଧ୍ୟକ୍ଷ ଥିଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.