14ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମ୍ର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।
15ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍ର ପୁତ୍ର ଶମୟୀୟ, ସେହି ହଶୂବ୍ ଅସ୍ରୀକାମର ପୁତ୍ର, ଅସ୍ରୀକାମ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର;
16ଆହୁରି, ଲେବୀୟ-ପ୍ରଧାନବର୍ଗ ମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍ ପରମେଶ୍ୱରଙ୍କ ଗୃହର ବାହାର କାର୍ଯ୍ୟର ଅଧ୍ୟକ୍ଷ ଥିଲେ;
17ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ।
18ପବିତ୍ର ନଗରସ୍ଥ ଲେବୀୟମାନେ ସର୍ବସୁଦ୍ଧା ଦୁଇ ଶହ ଚୌରାଶୀ ଜଣ ଥିଲେ।