ନିହିମୀୟା 11

ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍‍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।

Nehemiah 11:19 (UKJV) Moreover the porters, Akkub, Talmon, and their brethren that kept the gates, were an hundred seventy and two.

17ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।

18ପବିତ୍ର ନଗରସ୍ଥ ଲେବୀୟମାନେ ସର୍ବସୁଦ୍ଧା ଦୁଇ ଶହ ଚୌରାଶୀ ଜଣ ଥିଲେ।

19ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍‍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।

20ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।

21ମନ୍ଦିରରେ ସେବା କରୁଥିବା ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.