20ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।
21ମନ୍ଦିରରେ ସେବା କରୁଥିବା ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ।
22ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା।
23କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।
24ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲ୍ର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା।