ନିହିମୀୟା 11

କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।

Nehemiah 11:23 (UKJV) For it was the king's commandment concerning them, that a certain portion should be for the singers, due for every day.

21ମନ୍ଦିରରେ ସେବା କରୁଥିବା ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ।

22ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା।

23କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।

24ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲ୍‍ର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା।

25ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍‍, କିରୀୟଥ୍‍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍‍ସେଲ ଓ ତହିଁର ଗ୍ରାମରେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.