23କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।
24ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲ୍ର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା।
25ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍, କିରୀୟଥ୍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍ସେଲ ଓ ତହିଁର ଗ୍ରାମରେ;
26ଆଉ ଯେଶୂୟରେ, ମୋଲାଦାରେ ଓ ବେଥ୍-ପେଲଟରେ;
27ଆଉ ହତ୍ସର-ଶୁୟାଲ୍ରେ, ବେର୍ଶେବା ଓ ତହିଁର ଉପନଗରରେ;