ନିହିମୀୟା 11

ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍‍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।

Nehemiah 11:3 (UKJV) Now these are the chief of the province that dwelt in Jerusalem: but in the cities of Judah dwelt every one in his possession in their cities, to know, Israel, the priests, and the Levites, and the Nethinims, and the children of Solomon's servants.

1ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।

2ଆଉ, ଯେଉଁମାନେ ଯିରୂଶାଲମରେ ବାସ କରିବାକୁ ସ୍ୱେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ।

3ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍‍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।

4ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ୍‍ର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ। ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;

5ଆଉ, ବାରୂକର ପୁତ୍ର ମାସେୟ, ସେହି ବାରୂକ କଲ୍‍ହୋଷିର ପୁତ୍ର, କଲ୍‍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍‍ର ପୁତ୍ର, ଯୋୟାରୀବ୍‍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.