19ଆଉ, ଯୋୟାରୀବ୍-ବଂଶର ମତ୍ତନୟ; ଯିଦୟୀୟ-ବଂଶର ଉଷି;
20ସଲ୍ଲୟ-ବଂଶର କଲ୍ଲୟ;
21ଆମୋକ-ବଂଶର ଏବର; ହିଲ୍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ।
22ଇଲୀୟାଶୀବ, ଯୋୟାଦ୍ ଓ ଯୋହାନନ୍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।
23ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।