20ସଲ୍ଲୟ-ବଂଶର କଲ୍ଲୟ;
21ଆମୋକ-ବଂଶର ଏବର; ହିଲ୍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ।
22ଇଲୀୟାଶୀବ, ଯୋୟାଦ୍ ଓ ଯୋହାନନ୍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।
23ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।
24ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।